Site icon UTKAL PRATIDIN

ତାରାତାରିଣୀଙ୍କ ପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ୧୦୮ ଗରା ପାଣିରେ ମା’ଙ୍କ ମହାସ୍ନାନ

WhatsApp-Image-2024-11-08-at-10.27.34-AM-750x430

ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କର ମହାସ୍ନାନ ।ପୀଠରେ ବିଭିନ୍ନ ରୀତିନୀତିରେ ଚାଲିଛି ପୂଜାର୍ଚ୍ଚନା।ମା’ଙ୍କ ପୀଠରୁ ଚୋରି ପରେ ଚାଲିଛି ମହାସ୍ନାନ। ମାଆ ତାରାତାରିଣୀଙ୍କୁ ଦୁର୍ବୃତ୍ତ ମାନେ ଛୁଇଁବା ପରେ ଆଜି ମହାସ୍ନାନ ହେଉଛି। ପ୍ରଥମେ ପୂର୍ଣ୍ଣତୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହୋଇଛନ୍ତି ସେବାୟତ ପରିବାରର ମାଆ ଓ ଭଉଣୀମାନେ।ବିଭିନ୍ନ ରୀତିନୀତିରେ ନଦୀରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଧରିବେ ସେବାୟତମାନେ।

୧୦୮ ଗରାରେ ପାଣି ଧରି ୯୯୯ ପାହାଚ ଚଢ଼ି ସେବାୟତ ମାନେ ମା’ଙ୍କ ମନ୍ଦିର ଉପରକୁ ଯିବେ। ମନ୍ଦିର ଉପରେ ମା’ଙ୍କୁ ପ୍ରଥମେ ମହାସ୍ନାନ କରାଯି। ଏହାପରେ ଶ୍ରୀ ସୁପ୍ତ, ଦେବୀ ସୁପ୍ତ ସହ ବାତ୍ରୀ ସୁପ୍ତ ଭଳି ଏହି ତିନୋଟି ସୁପ୍ତକୁ ୧୦୮ଥର ପଠନ କରାଯିବ। ଏହାପରେ ମା’ଙ୍କ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ମାଆ ତାରାତାରିଣୀ।‌ ଗତ ୬ ତାରିଖରେ ମା’ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ରୂପା ଅଳଙ୍କାରକୁ ଚୋର ମାନେ ଚୋରି କରିଥିଲେ। ମା’ଙ୍କୁ ଚୋର ମାନେ ସ୍ପର୍ଶ କରିଥିବା ଯୋଗୁଁ ମା’ଙ୍କୁ ଏଭଳି ମହାସ୍ନାନ କରାଯାଉଛି।

Exit mobile version