Site icon UTKAL PRATIDIN

ମଧ୍ୟାହ୍ନ ଭୋଜନର ଦର ବୃଦ୍ଧି କଲେ ରାଜ୍ୟ ସରକାର

Mid-DaY-Meal-750x430

ରାଜ୍ୟ ସରକାର ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି । ପୁଣିଥରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର। ଥମରୁ ପଞ୍ଚମ ପିଲାଙ୍କ ପାଇଁ ୭.୬୪ ପଇସାକୁ ବଢ଼ିଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା।

ପୁଣି ଥରେ ଖର୍ଚ୍ଚକୁ ସଂଶୋଧନ କରି ନୂଆ ଖର୍ଚ୍ଚ ଲାଗୁ କରିଛନ୍ତି ସରକାର। ଡିସେମ୍ବରରୁ ଲାଗୁ ହେବ ଏହି ନୂଆ ଖର୍ଚ୍ଚ। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର।

Exit mobile version