Site icon UTKAL PRATIDIN

ବଙ୍ଗୋପସାଗରରେ ବାତ୍ୟା , ଉପକୂଳରେ ବର୍ଷୀବ

Cyclone__1729659686

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’।ବାତ୍ୟା ପ୍ରଭାବରେ ଅଶାନ୍ତ ହେଲାଣି ସମୁଦ୍ର ।ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି ।ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।

ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବାତ୍ୟା ପାଇଁ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ବାସିନ୍ଦାଙ୍କୁ ଭାରତୀୟ ପାଣିପାଗ କେନ୍ଦ୍ର ସତର୍କ କରାଇଛି।

ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Exit mobile version