Site icon UTKAL PRATIDIN

ସ୍ଥଳଭାଗ ମୁହାଁ ହେଲାଣି ବାତ୍ୟା ଦାନା, ଉପକୂଳ ଅଞ୍ଚଳରେ ବର୍ଷା

Cyclone__1729659686

ସ୍ଥଳଭାଗ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା ଦାନା । ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି।

ତେଣୁ ଗୁରୁବାର ବିଳମ୍ବିତ ରାତିରୁ ଶୁକ୍ରବାର ଭୋର ସମୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବାତ୍ୟା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଗତକାଲିଠାରୁ ବର୍ଷା ଜାରି ରହିଛି। ପାରାଦୀପରେ ସର୍ବାଧିକ ୫୧ ଓ ଚାନ୍ଦବାଲିରେ ୩୯ ମିମି ବର୍ଷା ରେକର୍ଡ ହୋଇଛି। ବାଲେଶ୍ବର, ପୁରୀ, ଗୋପାଳପୁର, ଭୁବନେଶ୍ୱର, କଟକ, କେନ୍ଦ୍ରାପଡ଼ାରେ ମଧ୍ୟ ବର୍ଷା ଜାରି ରହିଛି।

Exit mobile version