
ନଭେମ୍ବରରେ ବଙ୍ଗୋପସାଗରରେ ଆସୁଛି ଆଉ ଏକ ବାତ୍ୟା ।ଏବେ ଆଉ ଏକ ବାତ୍ୟା ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ବା IMD ।ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଉ ପରେ ୨୨ ଓ ୨୩ ତାରିଖରେ ଏହା ଅଧିକ ଘନିଭୂତ ହୋଇପାରେ । ବର୍ତ୍ତମାନ ରାଜ୍ୟରେ ଧାନ କଟା ଆରମ୍ଭ ହୋଇସାରିଥିବା ବେଳେ ପାଣିପାଗକୁ ନେଇ ବଡ ଅପଡେଟ ସାମ୍ନାକୁ ଆସିଛି ।
ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଲଘୁଚାପର ଗତି ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ରହିବ । IMD ପୂର୍ବାନୁମାନ କରିଛି ଯେ, ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହୋଇପାରେ ।ତେବେ ପ୍ରାଥମିକ ଆକଳନ ଅନୁଯାୟୀ ଏହା ତାମିଲନାଡୁ-ଶ୍ରୀଲଙ୍କା ଉପକୂଳ ଛୁଇଁପାରେ । ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ସେ ନେଇ ଏବେ ଠାରୁ ପୂର୍ବାନୁମାନ କରାଯାଇ ନାହିଁ ।