
ସୁଭଦ୍ରା ଯୋଜନାକୁ ନେଇ ବଡ ଅପଡେଟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।ରବିବାର ତୃତୀୟ ପର୍ଯ୍ୟାୟରେ ବାଦ ପଡିଥିବା ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା ।ରବିବାର ସଂଶୋଧିତ ତାଲିକାର ୨୨ ପ୍ରତିଶତ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ବାକି ଯେଉଁମାନଙ୍କର ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। ଏହି ବିବାଦରେ ଫିଜିକାଲ ଭେରିଫିକେସନ ହେବ। ସେମାନେ ଡିସେମ୍ବରରେ ଟଙ୍କା ପାଇବେ ବୋଲି କହିଛନ୍ତି ଶ୍ରୀମତି ପରିଡ଼ା।
ସେ ଆହୁରି କହିଛନ୍ତି, ୫ ଲକ୍ଷ ମିସ୍ ମ୍ୟାଚ୍ ହେଉଥିଲା, ତାହା ସମାଧାନ ହୋଇନାହିଁ । ସେମାନେ ଏଥର ସାମିଲ ହେବେ ନାହିଁ। ସେମାନଙ୍କ ଆକାଉଣ୍ଟ ଆଧାର ଲିଙ୍କରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରାଇବା ପରେ ସେମାନେ ସାମିଲ ହେବେ। ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ ଟଙ୍କା ପାଇପାରିବେ। ରବିବାର ସୁନ୍ଦରଗଡ଼ରୁ ୨୦ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଟଙ୍କା ଦେବେ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।