ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ପୋର୍ଟାଲ ଉନ୍ମୋଚନ କରିଛନ୍ତି ।ଏହି ଯୋଜନାରେ ସମସ୍ତ ସୂଚନା ଏହି ।https://subhadra.odisha.gov.in ପୋର୍ଟାଲରେ ଉପଲବ୍ଧ ହେବ।ସୁଭଦ୍ରା ଯୋଜନା ସମ୍ପର୍କରେ ସମସ୍ତ ସୂଚନା ପାଇପାରିବେ।ଏହା ଦ୍ୱାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ। ସୁଭଦ୍ରା ଫର୍ମ ବଣ୍ଟନ ଆରମ୍ଭ ହୋଇଛି, ୪ରୁ ଫର୍ମ ସଂଗ୍ରହ ଆରମ୍ଭ ହେବ । ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ । ମୋ ସେବା କେନ୍ଦ୍ର ବା ଜନସେବା କେନ୍ଦ୍ରରେ ଫର୍ମ ଦାଖଲ କରି ପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆହୁରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାକହିଛନ୍ତି ଯେ, ରାକ୍ଷୀ ପୂର୍ଣ୍ଣିମାରେ ମିଳିବାକୁ ଥିବା କିସ୍ତି ଆସନ୍ତା ୧୭ରୁ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିବେ ବୋଲି ସୂଚନା ଦେଇଛନ୍ତି। ସବୁ ଯୋଗ୍ୟ ମହିଳାଙ୍କୁ ମିଳିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ଫର୍ମ ବଣ୍ଟନ ଓ ଦାଖଲ ସଂପୂର୍ଣ୍ଣ ମାଗଣାରେ ରହିବ ।