ସୁଭଦ୍ରା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି l କାଲି ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ l ତେବେ ଯେଉଁମାନଙ୍କୁ ଏଇ ମାସରେ ୨୧ ବର୍ଷ ହେଉଥିବ ସେମାନେ କରିପାରିବେ ସୁଭଦ୍ରା ଆବେଦନ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା l ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । କେହି ଆବେଦନ ପାଇଁ ଭିଡ ଜମାଇବା ଦରକାର ନାହିଁ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେହିପରି ବଣ୍ଡା ଘାଟିରେ ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଅଧିକ ଟଙ୍କା ପାଇ ସାରିଛନ୍ତି । ଆବେଦନ ସମସ୍ୟା ନେଇ ଅନ୍ୟମାନେ ପାଇବା ବିଳମ୍ବ ହୋଇଛି। ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚି ଯାହା ସମସ୍ୟା ରହିଛି, ତାହାକୁ ଦୂର କରିବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।