ମହିଳାଙ୍କ ପାଇଁ ଖୁସି ଖବର ।ମହିଳାଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ।ଶାରଦୀୟ ଦୁର୍ଗା ପୂଜା ଅକ୍ଟୋବର ୯ତାରିଖରେ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ୯ ତାରିଖରେ ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ତାରିଖରେ ଟଙ୍କା ପାଇବେ।
ସୁଭଦ୍ରା ଯୋଜନାରେ ପ୍ରଥମ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।