ଭୁବନେଶ୍ଵର: ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ । ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ।
ଉଲ୍ଲେଖ ଥାଉ କି ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ବ୍ୟାଙ୍କରେ ସମସ୍ୟା ଯୋଗୁଁ ଟଙ୍କା ଯାଇପାରିନଥିଲା । ବିଶେଷ କରି ଏନପିସିଆଇ ସମସ୍ୟା ଯୋଗୁଁ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇପାରିନଥିବାବେଳେ ମାର୍ଚ୍ଚ ୮ରେ ଏମାନଙ୍କୁ ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ । ସେହିଭଳି ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ସେମାନଙ୍କୁ ଦ୍ଵିତୀୟ କିସ୍ତି ଟଙ୍କା ପାଇବେ ।