Site icon UTKAL PRATIDIN

ଆସୁଛନ୍ତି ମୋଦି ସୁଭଦ୍ରା ଯୋଜନାର ହେବ ଶୁଭାରମ୍ଭ

subhadra-yojana-1

ଆସନ୍ତା କାଲି ନରେନ୍ଦ୍ର ମୋଦି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ।ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୟୁନିଭର୍ସିଟିଗୁଡ଼ିକ ଛୁଟି ରହିବ। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ ହେବାକୁ ଥିବା ‘ସୁଭଦ୍ରା’ ଯୋଜନା ଉପଲକ୍ଷେ ରାଜ୍ୟ ସରକାର ଆସନ୍ତା ୧୭ତାରିଖ ମଙ୍ଗଳବାର ଦିନ ୨ଟା ପର୍ୟ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ବିଏମସି ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ କାର୍ଯ୍ୟନିର୍ବହୀକୁ ଛୁଟି ଘୋଷଣା କରିଛନ୍ତି ।

ଏଥିପାଇଁ ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜଗୁଡ଼ିକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି । ସରକାରୀ ଅଫିସଗୁଡ଼ିକ ମଙ୍ଗଳବାର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ କହିଛି । ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ଛୁଟି ରହିବ ବୋଲି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Exit mobile version