ସୁଭଦ୍ରା ଯୋଜନାରେ ଆଜି ପରୀକ୍ଷାମୂଳକ ଟଙ୍କା ମିଳିବ। ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ୧ଟଙ୍କା ଯିବ ।ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ।ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଜି ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ। ତେବେ ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା ‘ ଟଙ୍କା ପାଇବେ, ସେହି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆଜି ପରୀକ୍ଷାମୂଳକ ୧ ଟଙ୍କା ଆସିବ।ସୁଭଦ୍ରା ଯୋଜନାରେ ମହିଳାମାନଙ୍କୁ ତାଙ୍କ ମିଳିବାକୁ ନେଇ ମହିଳାଙ୍କ ମନରେ ଉତ୍ସାହ ଭରି ଯାଇଛି ।