ନୟାଗଡ଼ ଜିଲ୍ଲା ନୂଆଁ ଗାଁ ଥାନା ଅନ୍ତର୍ଗତ ସୋରଡା ଛକ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଆଜି ସକାଳେ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସ୍ଟି ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସୋରଡା ଛକରେ ବସଟି ଭାରସାମ୍ୟ ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସମସ୍ତ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଓ ନୂଆଁ ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।ଦୁର୍ଘଟଣା ପରେ ରାସ୍ତାରେ ଗାଡି ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି