Site icon UTKAL PRATIDIN

ଭିଜିଲାନ୍ସ ଜାଲରେ ଚିଫ ଇଂଜିନିୟର, ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢ଼ାଉ

Vigilance-Raid--750x430

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛନ୍ତି ।ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଚାଲିଛି ।କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି।

ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌ , ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି। ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। ବିଭିନ୍ନ ସମୟରେ ଦୁର୍ନୀତିର ଅନେକ ଅଭିଯୋଗ ହୋଇ ଆସୁଥିଲା ବେଳେ ଶେଷରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ।

Exit mobile version