UTKAL PRATIDIN

ଭଉଣୀକୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଇ ବିଦାୟ ଦେଲେ ମୁଖ୍ୟମନ୍ତ୍ରୀ…

ଗୀତା ମେହେଟା ଏବେ ଆରପାରିରେ । ପ୍ରଖ୍ୟାତ ଲେଖିକା ତଥା ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ଦେହାନ୍ତ ହୋଇଛି । ଗତକାଲି ରାତିରେ ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଗୀତାଙ୍କ ଶେଷ ଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି ।

ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ରେ । ବଡ଼ ଭଉଣୀ ଗୀତାଙ୍କୁ ଶେଷ ଦର୍ଶନ କରିଛନ୍ତି ନବୀନ । ଗତକାଲି ସେ ଅସୁସ୍ଥ ହୋଇ ପଡ଼ିବା ପରେ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଦେହାନ୍ତ ହୋଇଥିଲା । ବିଳମ୍ବିତ ରାତିରେ ତାଙ୍କ ମରଶରୀରକୁ ୩-ଅବଦୁଲ କଲାମ ରୋଡ଼ ବାସଭବନରେ ରଖା ଯାଇଛି । ଗୀତା ମେହାଟ୍ଟାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି।

୧୯୪୩ ମସିହାରେ ନୂଆଦିଲ୍ଲୀରେ ଜନ୍ମ ହୋଇଥିଲେ ଗୀତା l ଗୀତ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ଜ୍ଞାନ ପଟ୍ଟନାୟକଙ୍କର ଏକମାତ୍ର କନ୍ୟା। ସେ ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଠ ପଢ଼ିବା ପରେ ବ୍ରିଟେନର କେମ୍ବ୍ରିଜ୍ ବିଶ୍ବବିଦ୍ୟାଳୟରେ ଉଚ୍ଚଶିକ୍ଷା ହାସଲ କରିଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ ଗୀତା ମେହେଟ୍ଟା। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୋଦି।

Exit mobile version