Site icon UTKAL PRATIDIN

ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଦୁଇ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

mohan-3

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଓଡିଶାର ଦୁଇ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କୃତୀ ଶିକ୍ଷକ ଡ. ଦ୍ବିତି ଚନ୍ଦ୍ର ସାହୁ ଏବଂ ଶ୍ରୀ ସନ୍ତୋଷ କୁମାର କରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ ଏବଂ ଉତ୍କର୍ସତା ପାଇଁ ପଦକ ପାଇଥିବା ଗେଡେଲା ଅଖିଲଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସର୍ବୋତ୍ତମ ପ୍ରଣାଳୀ ଆଣିବା ପାଇଁ ଆମ ସରକାର ଚେଷ୍ଟା ଜାରି ରଖିଛନ୍ତି। ଶିକ୍ଷା ଭିତ୍ତିଭୂମିର ସୁଦୃଢି କରଣ ପାଇଁ ବଜେଟ୍‌ରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ପ୍ରାଥମିକ ସ୍ତରରେ ପିଲାମାନଙ୍କ ମୂଳଦୁଆକୁ ମଜବୁତ୍ କରିବା ପାଇଁ ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଖୋଲାଯିବ।

ଏହି ବିଦ୍ୟାଳୟ ଗୁଡିକ ପ୍ରାଥମିକ ସ୍ତରରେ ପିଲାଙ୍କ ମେଧା ଶକ୍ତିର ପରିସ୍ଫୁଟନ କରି ସେମାନଙ୍କୁ ଉଚ୍ଚ ବିଦ୍ୟାଳୟକୁ ଛାଡିବ। ଆଗାମୀ ଦିନରେ ଏହା ଆମର ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ।

Exit mobile version