ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଦିନିଆ ବିଦେଶ ଗସ୍ତରେ ଯିବେ ।୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ସିଙ୍ଗାପୁର ଗସ୍ତରେ ଯିବେ ।ଓଡ଼ିଶାର ଶିଳ୍ପକୁ ଆଗକୁ ନେବା ପାଇଁ ସିଙ୍ଗାପୁରରେ ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ ।
ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

