Site icon UTKAL PRATIDIN

ଆଜି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

CMO-1-750x430

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକଙ୍କ ଅଭିଯୋଗ ଶୁଣିବେ ।ଆଜି ୧୧ ଘଟିକା ସମୟରୁ ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି ଶୁଣାଣି ଅନୁଷ୍ଠିତ ହେବ। ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ପୂର୍ବରୁ କରାଯାଇଛି। ପ୍ରତ୍ୟେକ ଅଭିଯୋଗ ଶୁଣାଣି ଦିବସ ନିମନ୍ତେ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ ବ୍ୟବସ୍ତା କରାଯାଇଛି।

ପଞ୍ଜୀକୃତ ଅଭିଯୋଗକାରୀ ହିଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Exit mobile version