
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆସନ୍ତାକାଲି ବନ୍ଦ ରହିବ। ୟୁନିଟ ୫ ସ୍ଥିତ ଭୁବନେଶ୍ୱର ପ୍ରତି ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଖବର ମିଳିଛି ।ଗଣମାଧ୍ୟମ ଜରିଆରେ ପରବର୍ତ୍ତୀ କେବେ ଶୁଣାଣି ହେବ ସେ ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ ।ଗତ ମାସ ୨୨ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା ।୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା ।
ସୂଚନା ଅନୁଯାୟୀ, ଜୁଲାଇ ମାସରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ଅଭିଯୋଗ ଶୁଣିଥିଲେ ।