Site icon UTKAL PRATIDIN

ଭୟଭୀତ କଲାଣି ବାତ୍ୟା ଦାନା

BOAT

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି ।ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି।

ବୁଧବାରସନ୍ଧ୍ୟାରୁ ବଦଳିବ ପାଗ, କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମଧ୍ୟ ବାରଣ କରାଯାଇଛି।

Exit mobile version