Site icon UTKAL PRATIDIN

୭ବର୍ଷ ପରେ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ନୂଆ ଜାତୀୟ ଶିକ୍ଷାନୀତି,୪ବର୍ଷ ହେବ ସ୍ନାତକ କୋର୍ସ

images (1)

ଶିକ୍ଷା କ୍ଷେତ୍ରରେ ଆସିଲା ବଡ ପରିବର୍ତନ ।୨୦୨୦ର ଜାତୀୟ ଶିକ୍ଷାନୀତି ୨୦୧୪-୨୫ରେ କାର୍ଯ୍ୟକାରୀ ହେବ ।ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ହେବ ବୋଲି ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ, ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବ। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ ଫ୍ରେମୱାର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ ଫ୍ରେମୱର୍କ ପ୍ରସ୍ତୁତ ହୋଇଛି।

ଏଥିରେ ଦକ୍ଷତା ବିକାଶ ଓ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ ଓ Extra Curricular Activities, ଏନ୍‌ସିସି, ଏନ୍‌ଏସ୍‌ଏସ୍‌ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ। ଏହାଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଇଚ୍ଛାରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ମଧ୍ୟରେ ତାଙ୍କର ଡିଗ୍ରୀ କୋର୍ସକୁ ପୂରଣ କରିପାରିବେ।

Exit mobile version