
ବାଙ୍ଗଲାଦେଶ ଓ ପାଶ୍ୱବର୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇ ଲଘୁଚାପର ରୂପ ନେଇଛି ।ଲଘୁଚାପର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ଏହା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି ।୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବର୍ଷା ଆଶଙ୍କା ଥିବା ବେଳେ ୧୨ ଜିଲ୍ଲାକୁ ୟୋଲୋ ୱାର୍ନିଙ୍ଗ ଜାରି କରାଯାଇଛି ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ, ପୁରୀ , ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ ଢେଙ୍କାନାଳ, ଗଞ୍ଜାମ, କୋରାପୁଟ ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଓ ଗୋଟିଏ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରୁ ଅଧିକ ବର୍ଷା ହୋଇପାରେ।ଆଗାମୀ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।