ଦିନକୁ ଦିନ ରାଜ୍ୟରେ ବେକାରୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଏହା ସମଗ୍ର ରାଜ୍ୟକୁ ଚିନ୍ତାରେ ପକେଇଲାଣି ।ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଚତୁର୍ଥ ଦିନ। ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଆରମ୍ଭରୁ ଗୃହ କାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ।
ଜାତୀୟସ୍ତରରେ ୩.୨ ପ୍ରତିଶତ ହୋଇଥିବାବେଳେ ଓଡ଼ିଶାରେ ବେକାରୀ ହାର ୩.୯ ପ୍ରତିଶତ ଛୁଇଁଛି।ଗ୍ରାମାଞ୍ଚଳଠାରୁ ସହରାଞ୍ଚଳରେ ବେକାରୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗୃହ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି, ଜାତୀୟସ୍ତରଠାରୁ ଓଡ଼ିଶାର ବେକାରୀ ହାର ଅଧିକ। ମିଳିଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଲକ୍ଷ ୪ ହଜାର ୨୩୭ ଜଣ ପଞ୍ଜୀକରଣ କରିଛନ୍ତି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସୂଚନା ମୁତାବକ ୧୦ ବର୍ଷରେ ମାତ୍ର ୮୪୦୧ ଜଣ ନିଯୁକ୍ତି ମିଳିଛି ।