ଭୁବନେଶ୍ୱର : ପୁଣି ଓଡିଶା ଗସ୍ତରେ ଅସୁଛନ୍ତି ରାଷ୍ଟ୍ରପତି l ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସର କଡା ସୁରକ୍ଷା ବ୍ୟବସ୍ତା । ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ । ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର । ୩ ଟି କ୍ୱିକ ରେସ୍ପନ୍ସ ଟିମ, ୨ ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ସୂଚନା ମିଳୁଛି ।
୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ଏତତ ବ୍ୟତୀତ ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ । ବ୍ଲୁ ବୁକ ଗାଇଡ଼ଲାଇନ ମୁତାବକ ପୁରା ସହର ହେବ ପୋଲିସ ଛାଉଣୀ । ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥିଙ୍କ ତଥ୍ୟ ରହିବ । ୨୮ ରୁ ୨ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ।
ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ, ସମ୍ବଲପୁର ଗସ୍ତ କରିବାର ଯୋଜନା ରହିଛି । କାରକେଡ଼ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ନହେବାକୁ ଧ୍ୟାନ ଦିଆଯିବ । ଏହାକୁ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ।