
ରାଜ୍ୟସରକାର ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ।ଆସନ୍ତା ୨୩ରୁ ୨୫ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।ସାମ୍ଭାବ୍ୟ ବାତ୍ୟା ପ୍ରଭାବିତ ୧୪ ଜିଲ୍ଲାରେ ସ୍କୁଲ ଛୁଟି । ଛୁଟି ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ କମିଶନର । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲାର ସ୍କୁଲ ଛୁଟି ଘୋଷଣା କରିଛନ୍ତି ।