Site icon UTKAL PRATIDIN

ବର୍ଷାରେ ବେହାଲ ରାଜ୍ୟ, ଦାନା ବାନ୍ଧୁଛି ଲଘୁଚାପ,

ezgif-sixteen_nine_195

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି ।ଏହାର ପ୍ରବାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ପ୍ରବାହ ଜାରି ରହିଛି । ଗୋଟିଏ ଲଘୁଚାପ ସରିନଥିବା ବେଳେ ଆଉ ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଉପକୂଳ ଅଞ୍ଚଳ ଓ ପରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ।ଏଥିଯୋଗୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Exit mobile version