Site icon UTKAL PRATIDIN

ଲଗାଣ ବର୍ଷାରେ ଭିଜିବ ରାଜ୍ୟ

Weather-Forecast-rain-Weather-Weather-Update-Weather-Alert-Weather-Report-Monsoon-2022-Monsoon-Monsoon-Rain

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି ଯାହା ଗତ କାଲି ଅବପାତର ରୂପ ନେଇଛି ।ଏହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ମାଲକାନଗିରି ଓ କୋରାପୁଟ ଜିଲାରେ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

କେତେକ ସ୍ଥାନରେ ବର୍ଷା ସହ ଘଡଘଡି ହେବାର ମଧ୍ୟ ସମ୍ଭାବନା ରହିଛି ।ଏହାର ପ୍ରଭାବରେ ୭ ଓ ୮ ତାରିଖ ଦୁଇ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି ।ଅବପାତ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ।

Exit mobile version