Site icon UTKAL PRATIDIN

ପ୍ରବଳ ବର୍ଷାରେ ଭିଜିବ ରାଜ୍ୟ,

rain_(1)

ରାଜ୍ୟରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି ।ଯାହା ଫଳରେ ବର୍ଷା ଜାରି ରହିଛି ।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୩ ତାରିଖରୁ ତିନି ଦିନ ଧରି ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହାକୁ ବର୍ଷା ହେବ ।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ତଳିଆ ଅଞ୍ଚଳଗୁଡିକରେ ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।ରବିବାରଠାରୁ ବର୍ଷାର ପରିମାଣ କମିବା ସହ ପୁଣି ୧୪ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଗଷ୍ଟ ୧୫ ଓ ୧୬ ତାରିଖରେ ଉତ୍ତର ଓଡିଶାର କେତେକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି।

Exit mobile version