ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଯାହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ରହିଛି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ ।ନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏଥିସହିତ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଜରୁରୀ କାମ ନଥିଲେ ଲୋକଙ୍କୁ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।