
ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଆସିଲା ବଡ ଖବର ।ଆସନ୍ତା ସେପ୍ଟେମ୍ବର ୧୮ ତାରିଖରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ । ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ଯାଞ୍ଚ ଅନୁଷ୍ଠିତ ହେବ।
ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ।ଏଥିପାଇଁ ରାତ୍ର ୨ଟାରୁ ଦ୍ବାରଫିଟା ନୀତି ଆରମ୍ଭ ହେବା ବେଳେ ରାତ୍ର ୩ଟାରେ ମଙ୍ଗଳ ଆଳତି ଓ ଅନ୍ୟ ନୀତି କାନ୍ତି ସମ୍ପର୍ଣ୍ଣ ହୋଇ ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି ।