
ଅସଲି ଖଡ଼ିରତ୍ନ ପଞ୍ଜିକାରେ ଚଳିତ ବର୍ଷ ଅକ୍ଟୋବର ମାସରେ ବାତ୍ୟା ହେବା ନେଇ ସୂଚନା ଦେଇଥିଲେ ।ବାତ୍ୟା କେଉଁ ତାରିଖରେ ହେବ ଓ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ ତାହା ମଧ୍ୟ ପଞ୍ଜିକାରେ ଗଣନା କରାଯାଇଥିଲା। ଅସଲି ଖଡ଼ିରତ୍ନ ପଞ୍ଜିକାରେ ୧୯୬ ପୃଷ୍ଠାରେ ଏହା ଉଲ୍ଲେଖ ରହିଥିଲା।
ଯାହା ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଅସଲି ଖଡ଼ିରତ୍ନ ପଞ୍ଜିକାରେ ପାଣିପାଗ ସଂପର୍କରେ ଗଣନା କରାଯାଇଥିଲା ଯେ, ରାଜ୍ୟର ଉପକୂଳ ଅଞ୍ଚଳ ପୁରୀ, କଟକ, ଗୋପାଳପୁର, କୋଣାର୍କ, ଅସ୍ତରଙ୍ଗ, ଯାଜପୁର, ଭୁବନେଶ୍ୱର, ନୟାଗଡ଼, କାକଟପୁର ଓ ନିଆଳି ଆଦି ଅଞ୍ଚଳରେ ସାମୁଦ୍ରିକ ଝଡ଼, ମହାବାତ୍ୟା ଭଳି ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ।