UTKAL PRATIDIN

ଏହି ସବୁ ସ୍ଥାନକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଦେଶରୁ ମୌସୁମୀ ବାୟୁର ଅପସରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି l ତେଣୁ ଏବେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି l ତେବେ ରାଜ୍ୟରେ ବଡ଼ ବର୍ଷା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଏକ ସତର୍କ ସୂଚନା ଜାରି କରାଯାଇଛି ।

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜରି କରିବା ସହ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଜପତି, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ଅନୁଗୁଳ ଓ କେନ୍ଦୁଝର l

Exit mobile version