Site icon UTKAL PRATIDIN

ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ୪ଦ୍ୱାର, ୩ଦ୍ୱାର ଦେଇ ହେବ ପ୍ରସ୍ଥାନ

EfnwMiaUYAA3V8v

ଧର୍ମର ମାସ କାର୍ତ୍ତିକ ସରିବା ପରେ ଜଗାପ୍ରେମୀଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର । ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ। ସେବାୟତ ତଥା ତାଙ୍କ ପରିବାରବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ଶ୍ରୀମନ୍ଦିର ନାଟମଣ୍ଡପଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।

କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସେହି ବୈଠକରେ ଜିଲ୍ଲାପାଳ, ଏସ୍‌ପିଙ୍କ ସହିତ ଶ୍ରୀମନ୍ଦିର ତଥା ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।

ସୂଚନାଥାଉକି, କାର୍ତ୍ତିକ ମାସ ପାଇଁ ଗତ ୧୮ ତାରିଖରୁ ଭକ୍ତମାନେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରୁଥିଲେ, ହେଲେ ଅହେତୁକ ଭିଡ଼ ପାଇଁ ପଞ୍ଚୁକ ୪ ଦିନ ପଶ୍ଚିମ ଦ୍ୱାର ରବାଟେ ବି ପ୍ରବେଶ କଟକଣା ଲଗାଇ କେବଳ ସିଂହଦ୍ୱାର ବାଟେ ଭକ୍ତଙ୍କୁ ଛଡ଼ା ଯାଉଥିଲା।

Exit mobile version