ଆଜି କାର୍ତ୍ତିକ ମାସର ଶେଷ ସୋମବାର ।କାର୍ତ୍ତିକ ମାସର ସୋମବାରରେ ଚଳଚଞ୍ଚଳ ସମସ୍ତ ଶୈବ ପୀଠ ।ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଆଜି ରାତି ପ୍ରାୟ ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ଧବଳେଶ୍ୱରଙ୍କୁ ମହାସ୍ନାନ କରାଯାଇଥିଲା। ପରେ ମଇଲମ, ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା।
ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପ୍ତି ଲାଭ କରିଛନ୍ତି।