
ଡିଜି ଆଇଜିପି ସମ୍ମିଳନୀର ଆଜି ଦ୍ୱିତୀୟ ଦିନ ।ଆଜି ଏହି କନଫରେନ୍ସରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯୋଗ ସେସନରୁ ପ୍ରତିଦିନର କାର୍ଯ୍ୟକ୍ରମ ଆରମ୍ଭ ହେବ।ଆତଙ୍କବାଦ, ବାମପନ୍ଥୀ ଉଗ୍ରବାଦର ମୁକାବିଲା ସହ ସାଇବର ସୁରକ୍ଷା, ବିଭିନ୍ନ ପ୍ରକାର ହେଉଥିବା ଅନ୍ୟାୟକୁ ରୋକିବା ପାଇଁ ବ୍ୟାପକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯିବ ।
ଏଥର ଏସବୁ ଉପରେ ଟପିକ୍ ୱାରି ପ୍ରେଜେଣ୍ଟେସନ୍ ପାଇଁ ୧୨ଟି ୱାର୍କିଂ ଗ୍ରୁପ୍ ଗଠନ କରାଯାଇଛି। ଆଇନଶୃଙ୍ଖଳା ବଜାୟ ରଖିବା ଭଳି ସ୍ଥିତି ନେଇ ବରିଷ୍ଠ ପୁଲିସ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ଆଗରେ ନିଜର ବହୁମୂଲ୍ୟ ମତ ରଖିବାର ସୁଯୋଗ ପାଇପାରିବେ।ବରିଷ୍ଠ ପୁଲିସ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ଆଗରେ ନିଜର ବହୁମୂଲ୍ୟ ମତ ରଖିବାର ସୁଯୋଗ ପାଇପାରିବେ।