Site icon UTKAL PRATIDIN

ଆଜି ନେତ ଉତ୍ସବ, ମରୀଚିକୁଣ୍ଡର କଳସ ପାଣିରେ ଆରମ୍ଭ ହେବ ରଥ ପ୍ରତିଷ୍ଠା ପର୍ବ

rukuna-rath-yatra-1

ଭୁବନେଶ୍ଵର: ଆଜି ନେତ୍ର ଉତ୍ସବ । ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ । କାଲି ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରୁକୁଣା ରଥ ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଅପରାହ୍ନ ୩ଟା ଠାରୁ ସାଢ଼େ ୩ଟା ଭିତରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ଟଣା ହେବ।

ଆଜି ମଧ୍ୟ ରାତ୍ରିରୁ ଶ୍ରୀଲଙ୍ଗରାଜଙ୍କ ରୁକୁଣା ରଥ ପ୍ରତିଷ୍ଠା ହେବ । ବିଧି ଅନୁସାରେ ପ୍ରଥମେ ମରୀଚିକୁଣ୍ଡର ପ୍ରଥମ କଳସ ପାଣିର ରଥ ପ୍ରତିଷ୍ଠା ପର୍ବ ଆରମ୍ଭ ହେବ । ରଥ ପାଇଁ ପାଣି ଯିବା ପରେ ମରୀଚିକୁଣ୍ଡରୁ ଉଠିଥିବା ଅନ୍ୟ କଳସ ଜଳ ନିଲାମ କରାଯିବ । ଏହି ପାଣି ସ୍ନାନ କଲେ ମହିଳାମାନଙ୍କୁ ସନ୍ତାପପ୍ରାପ୍ତି ହୋଇଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି । ରାତିରେ ନୀତିକାନ୍ତି ହେବାର ଥିବାରୁ ଅସ୍ଥାୟୀ ଘର ଏବଂ ଲାଇଟ୍ ବ୍ୟବସ୍ଥା କରାଯାଇଛି ।

ଆସନ୍ତାକାଲି ଅଶୋକାଷ୍ଟମୀ ତିଥିରେ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ଆରମ୍ଭ ହୋଇ ୫ ଦିନ ଧରି ଚାଲିବ । ଏଥିପାଇଁ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ୧୨ଟାରେ ମଙ୍ଗଳା ଆଳତୀ, ୨ଟାରେ ଭୋଗ ଲାଗି ଓ ୩ଟାରୁ ସାଢ଼େ ୩ଟା ମଧ୍ୟରେ ରଥଟଣା ଆରମ୍ଭ ହେବ । ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କମିସନରେଟ୍‌ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି । ଏବର୍ଷ ରଥଯାତ୍ରାରେ ପ୍ରବଳ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ପ୍ରସାଶନ ତରଫରୁ ସମସ୍ତ ବ୍ୟବସ୍ତା କରାଯାଇଛି ।

ପୌରାଣିକ କିମ୍ବଦନ୍ତୀ ଅନୁସାରେ ପ୍ରଭୁ ରାମଚନ୍ଦ୍ର ରାବଣକୁ ହତ୍ୟାକରି ସୀତାଙ୍କୁ ଉଦ୍ଧାର କରିଥିଲେ। ରାବଣ ବ୍ରାହ୍ମଣ ହୋଇଥିବାରୁ ରାମଚନ୍ଦ୍ରଙ୍କୁ ବ୍ରହ୍ମ ହତ୍ୟା ଦୋଷ ଲାଗିଲା। ଏହିପାପରୁ ମୁକ୍ତି ପାଇବା ପାଇଁ ସେ କୁଳଗୁରୁ ବଶିଷ୍ଠଙ୍କ କଥା ଅନୁସାରେ ଏକାମ୍ର କ୍ଷେତ୍ରକୁ ଯାଇ ରାମେଶ୍ୱରଠାରେ ହରିହର (ଲିଙ୍ଗରାଜ)ଙ୍କୁ ପ୍ରତିଦିନ ପୂଜାକଲେ। ଏହି ଉପାସନାରେ ପ୍ରଭୁ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ କ’ଣ ବର ଚାହଁ ବୋଲି ପଚାରିଲେ। ଶେଷରେ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ପୁନଃବସୁ ନକ୍ଷତ୍ରରେ ଦେବଦଳନ ରଥରେ ବସି ହରିହର ରାମେଶ୍ୱର ମନ୍ଦିର ଆସିବେ ବୋଲି ରାମଚନ୍ଦ୍ର ବର ମାଗିଥିଲେ। ସେହିଦିନଠାରୁ ତାଙ୍କୁ ଦର୍ଶନ ଦେବା ଲାଗି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ପାଞ୍ଚଦିନ ପାଇଁ ରଥଯାତ୍ରାରେ ଆସିଥାନ୍ତି। ଉକ୍ତ ପ୍ରଥା ଓ ପରମ୍ପରା ଅନୁସାରେ ଏହି ରଥଯାତ୍ରା ହୋଇ ଆସୁଛି।

Exit mobile version