ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଯାହା ଫଳରେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିଛି ।ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପ୍ରଭାବ ଜାରି ରହିଛି ।୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।ଆଜି ଅପରାହ୍ନ ବେଳକୁ ବର୍ଷାର ପରିମାଣ ଆହୁରି ବଢିବାର ସମ୍ଭାବନା ରହିଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ,ଝାରସୁଗୁଡା,ବରଗଡ ସମ୍ବଲପୁର, ଦେବଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।