ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ କଟକ ସହରରେ ଅନୁଷ୍ଠିତ ହେବ ।ଭିଡକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।ବାଲିଯାତ୍ରା ଦିନଗୁଡ଼ିକରେ ଅପରାହ୍ନ ୨ଟାରୁ ଭିଡ଼ କମିବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ପୋଲିସ କମିଶନରଙ୍କ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।ଭୁବନେଶରରୁ ନନ୍ଦନକାନନ, ବାରଙ୍ଗ, ତ୍ରିଶୂଳିଆ ଏବଂ କାଠଯୋଡି ରିଂ ରୋଡ୍ ଦେଇ ଖାନ୍ନଗର ପଟୁ ଆସୁଥିବା ୩ ଓ ୪ ଚକିଆ ଗାଡ଼ି ବେଲଭ୍ୟୁ (ଜୁଡିସିଆଲ ଏକାଡେମୀ) ସତୀଚୌରା ଛକ, ସେଲ୍ଟର୍ ଛକ ଓ କନିକା ଛକ ଦେଇ ବାଲିଯାତ୍ରା ପଡ଼ିଆ ଆଡକୁ ଯାଇପାରିବ ନାହିଁ।
ସେଗୁଡ଼ିକ ବେଲ୍ଭ୍ୟୁ ଛକରୁ ସିଡିଏ ସେକ୍ଟର-୧୧ ଛକ ଦେଇ ବିଜୁ ପଟ୍ଟନାୟକ ପାର୍କ, ଭୁଆସୁଣୀ ପଡ଼ିଆ କିମ୍ବା କୃଷକ ବଜାର ପଡ଼ିଆରେ ପାର୍କିଂ କରିବ। ସେଠାରୁ ଜନସାଧାରଣ ପ୍ରଶାସନ ଦ୍ୱାରା ଯୋଗାଇ ଦିଆଯାଇଥିବା ଗାଡ଼ିରେ ବାଲିଯାତ୍ରା ପଡ଼ିଆ ପର୍ଯ୍ୟନ୍ତ ଆସିପାରିବେ।

