Site icon UTKAL PRATIDIN

ଶିମିଳିପାଳ ଆସିବେ ଦୁଇ ମହାବଳ ବାଘ

bengal-tiger

ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିବେ ଦୁଇ ମହାବଳ ବାଘ । ଆସନ୍ତା ସପ୍ତାହ ମଧ୍ୟରେ ଶିମିଳିପାଳକୁ ଦୁଇଟି ମହାବଳ ବାଘ ଆସିବା ନେଇ ଶିମିଳିପାଳର ସ୍ୱତନ୍ତ୍ର ଟିମ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିଛି ।ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଏହି ଦୁଇ ମହାବଳ ବାଘ ଆସିବେ।

ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ତାଡ଼ୋବା ଯାଇ ବାଘ ଚିହ୍ନଟ କରିବା ପରେ ଆଇନ ଅନୁଯାୟୀ ବିଭିନ୍ନ ପ୍ରକ୍ରିୟା କରାଯାଇ ବାଘ ଅଣାଯିବ। ପୂର୍ବରୁ ଶିମିଳିପାଳ ବାଘ ବଂଶ ବୃଦ୍ଧି ପାଇଁ ଦେଶର ଉତ୍ତମ ସ୍ଥାନ ବୋଲି NTCA ସ୍ପଷ୍ଟ କରିଥିଲା।

ଏହି ପରିପ୍ରେକ୍ଷୀରେ ଶିମିଳିପାଳକୁ ଦୁଇଟି ମହାବଳ ଅଣା ଯାଉଥିବା ସ୍ପଷ୍ଟ କରିଛନ୍ତି PCCF। ଏଥିପାଇଁ ପୂର୍ବ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶିମିଳିପାଳ ଅଭୟାରଣ୍ୟରେ ମଧ୍ୟ ୨୮ଟି ବାଘ ଥିବା ଜଣାପଡିଛି।

Exit mobile version