ଘରେ ନିଆଁ ଲାଗିଯିବାରୁ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ ।କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।ବାପା-ମା’ ଆଜି ସକାଳେ ବାହାରେ କୌଣସି କାମ କରୁଥିବା ବେଳେ ଭାଇଭଉଣୀ ଘରେ ଥିଲେ। ଏହି ସମୟରେ ଘରେ ନିଆଁ ଲାଗିଯାଇଥିଲା। ଭାଇଭଉଣୀଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ଲୋକେ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନଥିଲା।
ନିଆଁସେତେବେଳକୁ ଚାରିଆଡକୁ ବ୍ୟାପି ଯାଇଥିଲା। ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ଗ୍ୟାସ ଫାଟି ଘରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

