ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।ଯାହା ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆସନ୍ତା କଲି ପାଇଁ ୧୨ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ବର୍ଷାରେ ଭିଜିବ ରାଜ୍ୟର ବିଭିନ୍ନ ସ୍ଥାନ
