Site icon UTKAL PRATIDIN

କମିସନରେଟ ପୁଲିସର ଜୋରଦାର ପ୍ରସ୍ତୁତି, ମୋଦିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

car

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ । ମୋଦି ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ କରିବା ସହିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ଆଜି କମିସନରେଟ ପୁଲିସ ପକ୍ଷରୁ କାରକେଡ ରିହର୍ଶଲ୍ କରାଯାଇଛି।

ସେହିପରି ରାଜଧାନୀରେ ଟ୍ରାଫିକ କଟକଣା ଲାଗୁ ନେଇ କମିଶନରେଟ ପୁଲିସ ପକ୍ଷରୁ ସବିଶେଷ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାକୁ ଥିବା ବେଳେ ପ୍ରାୟ ସାଢ଼େ ୨ଘଣ୍ଟା ଏଠାରେ ରହିବାର କାର୍ଯ୍ୟକ୍ରମ ରହିଛି।

ଏଥିନିମନ୍ତେ କାଲି ସକାଳ ୭ଟା ୩୦ ମିନିଟରୁ ଅପରାହ୍ନ ୩ଟା ମଧ୍ୟରେ ଏହି ଟ୍ରାଫିକ କଟକଣା ଲାଗୁ ହେବ। ଅପରପକ୍ଷେ ସୁରକ୍ଷା ଦୃଷ୍ଟିକୋଣରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜଧାନୀରେ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ରହିବେ। ୧୧ ଡିସିପି ପାହ୍ୟାର ଅଧିକାରୀଙ୍କ ସହ ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରିବେ। ସୁରକ୍ଷା ଦୃଷ୍ଟିରୁ ଏୟାରପୋର୍ଟରୁ ଜନତା ମୈଦାନ ଏବଂ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଙ୍ଗ ଜୋନ କରାଯାଇଛି।

Exit mobile version