
ଆଞ୍ଚଳିକ ପାଣିପାଗ ବିଭାଗ ଏକ ବଡ ସୂଚନା ଦେଇଛି ।ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି ।୨୩ ସୁଦ୍ଧା ଲଘୁଚାପ ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ । ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ତେବେ ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ତେବେ ସବୁଠାରୁ ବଡ଼ କଥା ହେଲା ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି ।ଲଘୁଚାପ ପ୍ରଭାବରେ ଶୀତର ପ୍ରକୋପ ବଢିପାରେ ।ଆଗାମୀ ୫ ଦିନ ପଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ନାହିଁ।ଆଗାମୀ ୫ ଦିନ ପଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ନାହିଁ।