
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ।ଶ୍ରୀମନ୍ଦିରରେ ଏହି ଅବସରରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ।ଏଥିପାଇଁ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।ପରମ୍ପରା ଅନୁଯାୟୀ,ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।ସେଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ।