Site icon UTKAL PRATIDIN

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

subhadra-750x430

ଭୁବନେଶ୍ଵର: ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍‌ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।
ଏଥିସହିତ ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଆସିବ। ଗୋଟିଏ ଦିନରେ ୫ ହଜାର କୋଟି ଟଙ୍କା ସରକାର ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ।

ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ପ୍ରଦାନ କରାଯିବ। ଉକ୍ତଦିନ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିବ। ସର୍ଭେ ପରେ ଅବଶିଷ୍ଟ ହିତାଧିକାରୀଙ୍କୁ ଆସନ୍ତା ରାଖୀ ପୂର୍ଣ୍ଣିମାରେ ଏକ ସଙ୍ଗେ ୩ଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।

ତେବେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଅଙ୍ଗନବାଡି କର୍ମୀଙ୍କ ପାଇଁ ପ୍ରୋତ୍ସାହନ ରାଶି ଦିଆଯିବ । ସୁଭଦ୍ରା ଯୋଜନା ଘରେ ଘରେ ପହଞ୍ଚାଇଥିବାରୁ ସେମାନଙ୍କୁ ପ୍ରୋତ୍ସାହନ ମିଳିବ । ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ । ଆଉ ଦିନକ ପରେ ପୁଣି, ମାର୍ଚ୍ଚ ୮ ତାରିଖରେ ମହିଳା ଦିବସରେ, ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରା ୨ୟ କିସ୍ତି । ଗୋଟିଏ ଦିନରେ ୫ ହଜାର କୋଟି ପ୍ରଦାନ କରିବେ ସରକାର । ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେ ଆହୁରି କହିଛନ୍ତି ଯେ, ସୁଭଦ୍ରାର ଯୋଜନାର ଦ୍ବିତୀୟ କିସ୍ତି ମିଳିବା ପୂର୍ବରୁ ସୁଭଦ୍ରା ଦୀପ ଜାଳିବାକୁ ମହିଳାଙ୍କୁ ଆହ୍ବାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଆସନ୍ତା ୭ ତାରିଖ ସନ୍ଧ୍ୟାରେ ଗୋଟିଏ ଲେଖାଏଁ ଦୀପ ଜାଳିବାକୁ କହିଛନ୍ତି ମନ୍ତ୍ରୀ । ଯାହା ଘରେ ଯେତେଜଣ ସୁଭଦ୍ରା ତାଙ୍କ ଘରେ ସେତେଟା ଦୀପ ଜାଳନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Exit mobile version