ପ୍ରେମ ପାଇଁ ଯୁବକ ହାରିଲେ ଜୀବନ ।୨୩ବର୍ଷୀୟ ଯୁବକ ରୋନିତ ଜେନା ପ୍ରେମରେ ବିଫଳ ହୋଇ ଚନ୍ଦ୍ରମା କମ୍ପ୍ଲେକ୍ସ ଆପାର୍ଟମେଣ୍ଟରେ ୮ ମହଲାରୁ ଡେଇଁ ଜୀବନ ହାରିଛନ୍ତି ।ପ୍ରେମରେ ଧୋକା ଖାଇ ମାନସିକ ସ୍ତରରେ ଭାଙ୍ଗି ପଡି ଏପରି ଚରମ ନିଷ୍ପତି ନେଇଛନ୍ତି ।
ଆତ୍ମହତ୍ୟା ପୂର୍ବର ଚିତ୍ର ସିସିଟିଭିରେ କଏଦ ହୋଇଛି । ଛାତ ଉପରକୁ ସିଡିରେ ଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସେ ଭଲ ପାଉଥିଲେ । ଯୁବତୀଙ୍କ ସମସ୍ତ ଖର୍ଚ୍ଚ ମଧ୍ୟ ବହନ କରୁଥିଲେ।
କୌଣସି କଥାକୁ କେନ୍ଦ୍ର କରି ପ୍ରେମରେ ପୂର୍ଣ୍ଣଛେଦ ପଡିଥିଲା। ଯାହାକୁ ନେଇ ରୋନିତ ହତାଶ ହୋଇପଡିଥିଲେ।ମୃତ୍ୟୁ ପୂର୍ବରୁ ରୋନିତଙ୍କ ଶେଷ ଚିଠି ମଧ୍ୟ ମିଳିଛି। ଚିଠିରେ ବାପା ମା’ଙ୍କୁ କ୍ଷମା ମାଗିଛନ୍ତି । ସେପଟେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି । ମୃତକଙ୍କ ପରିବାର ଲୋକ ଉକ୍ତ ଯୁବତୀ ଜଣଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛନ୍ତି ।