
ଭବନେଶ୍ୱର : ଗତକାଲି ଠାରୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇସାରିଛି l ତେବେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି । ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଏବଂ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷେ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ଅବପାତରେ ପରିଣତ ହୋଇପାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ। ଅବପାତରେ ପରିଣତ ହୋଇ ଏହା ଧିରେ ଧିରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ ବୋଲି କୁହାଯାଇଛି l
